ଭୁବନେଶ୍ୱର, ୧୮ ଅଗଷ୍ଟ ୨୦୨୬ | ସିଂହନାଦ (SIMHANAAD): ଲଗାଣ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ଓଡ଼ିଶାର ଉତ୍ତର ଜିଲ୍ଲାଗୁଡ଼ିକରେ ବନ୍ୟା ସ୍ଥିତି ଗମ୍ଭୀର ହୋଇଛି। ସରକାରୀ ତଥ୍ୟ ଅନୁସାରେ ୬ଟି ଜିଲ୍ଲାର ୧,୩୦୦ରୁ ଅଧିକ ଗାଁର ୭.୮୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବାବେଳେ ୨.୭୭ ଲକ୍ଷରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଏହି ସ୍ଥିତିର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଓ ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଯାଜପୁରର ଜଳମଗ୍ନ ଅଞ୍ଚଳରେ ଡଙ୍ଗାରେ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ଭଦ୍ରକର ତିହିଡ଼ି ବ୍ଲକ୍ର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ସହ ଆଲୋଚନା କରିଛନ୍ତି। ରିଲିଫ୍, ଶୁଖିଲା ଖାଦ୍ୟ ଓ ପାନୀୟଜଳର ଉପଲବ୍ଧତା ସମ୍ପର୍କରେ ମଧ୍ୟ ସେ ଅଧିକାରୀଙ୍କଠାରୁ ସୂଚନା ନେଇଛନ୍ତି।
ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି ରହିଛି। ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ କୁହାଯାଇଛି।
Thanks for reading: ଓଡ଼ିଶାରେ ବନ୍ୟା ସ୍ଥିତି ଗମ୍ଭୀର, ୭.୮୫ ଲକ୍ଷରୁ ଅଧିକ ପ୍ରଭାବିତ, Sorry, my English is bad:)


